ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାରେ ନାଁ ନେଉନାହିଁ | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୩୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮ ଆକ୍ରାନ୍ତ ମୃତ୍ୟୁ ହୋଇଛନ୍ତି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ଜଣ ରହିଥିବା ବେଳେ ବରଗଡ଼, ପୁରୀ ଜିଲ୍ଲାରୁ ୭ଜଣ ରହିଛନ୍ତି । ଗଞ୍ଜାମ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କଟକ , ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….