ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପବିତ୍ର ଘୋଷଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଟ୍ଵିଟ୍ କରି ଲେଖିଛନ୍ତି ଯେ, ଭଗବାନ ଜଗନ୍ନାଥଙ୍କ ରଥଯାତ୍ରାର ସୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ବିଶେଷ କରି ଓଡ଼ିଶାବାସୀଙ୍କୁ ମୋର ହାର୍ଦ୍ଧିକ ଶୁଭେଚ୍ଛା ଏବଂ ଶୁଭକାମନା। ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ସମସ୍ତ ଦେଶବାସୀଙ୍କ ଜୀବନରେ ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ଵାସ୍ଥ୍ୟରେ ପରିପୂର୍ଣ୍ଣ କରନ୍ତୁ ବୋଲି ମୁଁ କାମନା କରୁଛି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ, ପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଭଲରେ ଓ ଖୁସିରେ ରଖନ୍ତୁ ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..