ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନାହିଁ | ଆଜି ରାଜ୍ୟରେ ୬୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି | ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୬୬୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ସେହିପରି ବରଗଡ଼ରୁ ୭ ଜଣ, ମୟୂରଭଞ୍ଜରୁ ୬ ଜଣ, ଗଞ୍ଜାମ ଓ ପୁରୀରୁ ୫ ଜଣ ଲେଖାଏଁ, ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରୁ ୪ ଜଣ ଲେଖାଏଁ, ବୌଦ୍ଧ, ଯାଜପୁର ଓ ନୟାଗଡ଼ରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ଜଗତସିଂହପୁର ଓ କେନ୍ଦୁଝରରୁ ୨ ଜଣ ଲେଖାଏଁ, ଅନୁଗୁଳ, ବଲାଙ୍ଗିର, ଗଜପତି, କନ୍ଧମାଳରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।






More Stories
ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ….
୨ରେ ଲଘୁଚାପ…..
ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି:୧୦୮ ଗରା ଜଳରେ କରିବେ ସ୍ନାନ…..