ରିପୋର୍ଟ କାର୍ଡ / କଟକ
ଚଳିତବର୍ଷ ବିନା ପରୀକ୍ଷାରେ ଦଶମ ଶ୍ରେଣୀ ରେଜଲ୍ଟ ପ୍ରକାଶ ପଇସାରିଛି | ଏହି ରେଜଲ୍ଟକୁ ନେଇ ଅସନ୍ତୋଷ ଥିବା ଛାତ୍ରଛାତ୍ରୀ ଅଫ୍ ଲାଇନରେ ପରୀକ୍ଷା ଦେବାପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ସମସ୍ତ ବ୍ୟବସ୍ଥା କରୁଛି । ଜୁଲାଇ ୩୦ରୁ ପରୀକ୍ଷା ଆରମ୍ଭ ହେଉଥିବା ବେଳେ ଆସନ୍ତା ୧୮ ତାରିଖ ସୁଦ୍ଧା ସେଣ୍ଟର ନିର୍ଦ୍ଧାରଣ ହେବ । ୨୮ ତାରିଖ ସୁଦ୍ଧା ସେଣ୍ଟରଗୁଡ଼ିକରେ ପ୍ରଶ୍ନପତ୍ର ଏବଂ ଓଏମଆର୍ ସିଟ୍ ପହଞ୍ଚିବ । ପରୀକ୍ଷାର୍ଥୀଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ର ସ୍ଥିର କରାଯିବ । ଗୋଟିଏ ସେଣ୍ଟରରେ ଅତି ବେଶୀରେ ଶହେ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବା ବ୍ୟବସ୍ଥା କରାଯାଉଛି । ଆସନ୍ତାକାଲି ଅଫଲାଇନ୍ ପରୀକ୍ଷା ପାଇଁ ଶେଷ ହେଉଛି ଫର୍ମପୂରଣ । ଜୁଲାଉ ୩୦ରୁ ପରୀକ୍ଷା ଆରମ୍ଭ ହୋଇ ଅଗଷ୍ଟ ୫ ତାରିଖରେ ଶେଷ ହେବ ।କରୋନା ଯୋଗୁ ଏବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରାଯାଇଥିଲା । ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇଛି । ଫଳାଫଳକୁ ନେଇ ଅସନ୍ତୋଷ ଛାତ୍ରଛାତ୍ରୀଙ୍କ ପାଇଁ ଅଫଲାଇନ୍ ପରୀକ୍ଷା ବ୍ୟବସ୍ଥା କରାଯାଉଛି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..