Report Card Odisha

| Daily Odia News

ଫ୍ୟାମିଲି କୋର୍ଟରେ ଅନୁଭବ-ବର୍ଷା….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ଫ୍ୟାମିଲି କୋର୍ଟରେ ହାଜର ହେଲେ ଅନୁଭବ- ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷାଙ୍କ ପାରିବାରିକ ବିବାଦ ମାମଲାକୁ ନେଇ ଆଜି କଟକ ସ୍ଥିତ ଫ୍ୟାମିଲି କୋର୍ଟରେ ବର୍ଷା ହାଜର ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ବୁଝାମଣା ପାଇଁ ବର୍ଷା ହାଜର ହୋଇଥିବା ଜଣାପଡ଼ିଛି। ଏହା ପୂର୍ବରୁ ଗତ ୯ ତାରିଖରେ ଅନୁଭବ ଓ ବର୍ଷା ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ। କୋର୍ଟର ମଧ୍ୟସ୍ଥତା କେନ୍ଦ୍ରରେ ଉଭୟ ହାଜର ହୋଇଥିଲେ। ବିବାଦକୁ ଏଡାଇ ସ୍ୱାମୀ-ସ୍ତ୍ରୀ ଭାବେ ପୁଣିଥରେ ପରିବାରକୁ ଆଗକୁ ବଢାଇବା ପାଇଁ କନସିଲେସନ କମିଶନରଙ୍କ ପକ୍ଷରୁ ଉଦ୍ୟମ କରାଯାଇଥିଲା। ହେଲେ ସେଭଳି କୌଣସି ସୁଫଳ ମିଳିନଥିଲା।

Breaking News