ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବାମ ଦଳ ପକ୍ଷରୁ ଓଡିଶା ବନ୍ଦ ଡାକରା ଦିଆଯାଇଛି । ତୈଳ ଦର ସାଙ୍ଗକୁ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ଆଜି ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି ବାମ ଦଳ । ସିପିଆଇ, ସିପିଆଇଏମ, ସିପିଆଇଏମଏଲ ଏବଂ ଫରଓ୍ୱାର୍ଡ଼ ବ୍ଳକ୍ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଏହି ସମୟରେ ଗାଡ଼ି ମୋଟର ଏବଂ ଦୋକାନ ବଜାର ବନ୍ଦ ରଖିବାକୁ ଲୋକଙ୍କୁ ଅନୁରୋଧ କରାଯାଇଛି । ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିରୋଧରେ ଏହି ପ୍ରତିବାଦ କରାଯାଉଛି ବୋଲି କୁହାଯାଇଛି । ସେପଟେ ଏହି ବନ୍ଦକୁ କଂଗ୍ରେସ ସମର୍ଥନ କରିଛି । ଆଜି ସକାଳୁ ଭୁବନେଶ୍ୱର ରେଳ ଷ୍ଟେସନରେ ବାମ ଦଳ କର୍ମୀ ରେଳରୋକ କରିଛନ୍ତି । ଏହି ବନ୍ଦ ସମୟରେ ଦୋକାନ ବଜାର, ସରକାରୀ କାର୍ଯ୍ୟାଳୟ ,କୋର୍ଟ, ବ୍ୟାଙ୍କ, ପେଟ୍ରୋଲ ପମ୍ପ ଏବଂ ଗାଡ଼ି ଚଳାଚଳ ସହିତ ରେଳ ଚଳାଚଳ ଆଦି ପ୍ରଭାବିତ ହେବାକୁ ଥିବାରୁ ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନଙ୍କୁ ଅବଗତ କରିଛନ୍ତି ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଲା |






More Stories
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..