ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ଏହି ବୈଠକ ସଂଧ୍ୟା ୫ଟା ୩୦ରେ ଅନିଷ୍ଠିତ ହେବ | ଲୋକସେବା ଭବନରେ ବସିବ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭର୍ଚୁଆଲ ମୋଡରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମୋହର ବାଜିବାର ସମ୍ଭାବନା ରହିଛି । ଆଗକୁ ପୌର ଓ ପଞ୍ଚାୟତ ନିର୍ବାଚନ ଥିବାବେଳେ ଗ୍ରାମାଞ୍ଚଳ ଉନ୍ନତି ଉପରେ କିଛି ନିଷ୍ପତି ହେବ ବୋଲି ଜଣାପଡୁଛି । ତେବେ ଏ ସଂପର୍କରେ କୌଣସି ସୂଚନା ମିଳିପାରି ନାହିଁ। କିନ୍ତୁ ୨ ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କର୍ମୀଙ୍କୁ ନିର୍ଦ୍ଦେଶ ଦେଇଥିଲେ କି ଲୋକଙ୍କ ସହ ମିଶି , ସୁଖ-ଦୁଃଖ ବୁଝିବାକୁ | ସଙ୍ଗଠନକୁ ଆହୁରି ବଳୁଆ କରିବାକୁ ଦଳର ବିଧାୟକମାନଙ୍କୁ ଆହ୍ୱାନ କରିଛନ୍ତି ଦଳର ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ତେବେ ଆଜିର ରାଜ୍ୟ କ୍ୟାବିନେଟ ବୈଠକ କିଛି ଗୁରୁତ୍ବପୂର୍ଣ୍ଣ ବହନକରୁଛି |
More Stories
କର୍ମଚାରୀ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି…..
ରାହୁଲଙ୍କ ଦ୍ୱାରା ହୋଇଥିବା ଅଭିଯୋଗ ଭିତ୍ତିହୀନ…..
ଯାତ୍ରୀଙ୍କୁ ଚାପୁଡା ମାରିଲେ ଆମ ବସ୍ କଣ୍ଡକ୍ଟର…..