ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ। ଏହି ଘୋଷଣା ଅନୁଯାୟୀ ରାଜ୍ୟର ୩୩୮ଟି ବ୍ଲକସ୍ତରୀୟ ମିଶନ ଶକ୍ତି ମହାସଂଘର ନିଜସ୍ୱ ଘର ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏଁ ୧୬୯ କୋଟି ଟଙ୍କା ପ୍ରଦାନ କରାଯିବ । ଏହା ସହିତ ସେମାନଙ୍କୁ ବ୍ୟବସାୟରେ ସହାୟତା ପାଇଁ ୮୪.୫୦ କୋଟି ଟଙ୍କାର ଆବର୍ତ୍ତନ ପାଣ୍ଠି ଏବଂ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କର ଋଣ ଉପରେ ସୁଧ ଫେରସ୍ତ ପାଇଁ ୨୦୦ କୋଟି ଟଙ୍କା ପ୍ରଦାନ କରାଯିବ। ଯେଉଁ ମିଶନ ଶକ୍ତି ଭବନ ଗଠନ ହେବ, ସେଥିରେ ମହିଳାଙ୍କୁ ତାଲିମ ଦିଆଯିବ ଏବଂ ଉତ୍ପାଦିତ ଦ୍ରବ୍ୟ ପାଇଁ ବିକ୍ରୟ କେନ୍ଦ୍ର ଖୋଲି ପାରିବେ। ସେମାନଙ୍କ ନିଜସ୍ୱ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା ପର୍ଯ୍ୟାଲୋଚନା କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ୟାକେଜ ଘୋଷଣା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଶନ ଶକ୍ତି ଓଡ଼ିଶାର ୭୦ ଲକ୍ଷ ମହିଳାଙ୍କର ଏକ ବିରାଟ ଅନୁଷ୍ଠାନ। ମହିଳାଙ୍କ ଦକ୍ଷତାକୁ ପ୍ରଶଂସା କରିବା ସହ ସେମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେ ‘ଆପଣମାନେ ଆଗକୁ ବଢନ୍ତୁ, ମୁଁ ଆପଣଙ୍କ ସହ ଅଛି।’ କୋଭିଡ ସମୟରେ ମହିଳାଙ୍କ ଭୂମିକାକୁ ପ୍ରଶଂସା କରି କହିଥିଲେ, କୋଭିଡ ସମୟରେ ମିଶନ୍ ଶକ୍ତିର ମା’ମାନେ ବହୁତ ଭଲ କାମ କରିଛନ୍ତି।ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଚାଳନାଠାରୁ ଆରମ୍ଭ କରି ମାସ୍କ ତିଆରି, ଲୋକଙ୍କୁ ସଚେତନତା ଭଲ କାମ କରି ମିଶନ ଶକ୍ତି ଆନ୍ଦୋଳନର ସୁନାମ ବୃଦ୍ଧି କରିଛନ୍ତି। ମୁଁ ସବୁବେଳେ କହି ଆସିଛି, ମାଆ ସଶକ୍ତ ହେଲେ ପରିବାର ସଶକ୍ତ ହେବ। ସମାଜ ସଶକ୍ତ ହେବ। ଗୋଟିଏ ଜାତି ସଶକ୍ତ ହେବ। ଇତିହାସର ଧାରା ମଧ୍ୟ ବଦଳିଯିବ।”






More Stories
ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ବଡ଼ ଘୋଷଣା…..
ଜଳିଗଲା ବସ୍,୧୦ ମୃତ……
ରାଜା ଚକ୍ର ସମେତ ୧୧ ଅଭିଯୁକ୍ତଙ୍କ ନାଁରେ ଇଡି ଚାର୍ଜସିଟ୍…..