ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ମୃତ୍ୟୁ ସଂଖ୍ୟା ବି ସାମାନ୍ୟ କମିଛି | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ସର୍ବାଧିକ ୧୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ଗଞ୍ଜାମ ଜିଲ୍ଲାରୁ ୫ଜଣ ରହିଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର , କଟକ, ପୁରୀ, ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ଢେଙ୍କାନାଳ, ଯାଜପୁର , ଝାରସୁଗୁଡ଼ା, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Discussion about this post