ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ | ତେବେ ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ରହିଛି। ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ,ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ରହିଛି। ଉକ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୦ରୁ ୨୪ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ଏଯାବତ ସମ୍ବଲପୁରରେ ୩୬.୮ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୮.୫ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….