ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ଆଉ ୫୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ ରହିଛନ୍ତି । ମୟୁରଭଞ୍ଜ, ବରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ମାଲକାନଗିରି ଜିଲ୍ଲାରୁ ୨ଜଣ ରହିଥିବା ବେଳେ କଟକ, ଦେବଗଡ଼, ଗଞ୍ଜାମ, କଳାହାଣ୍ଡି, କୋରାପୁଟ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
ପ୍ରଫେସରଙ୍କ ଘରେ ସିବିଆଇ ରେଡ଼…..
ବିବାହ ମଣ୍ଡପରୁ ଚୋରି ଘଟଣାରେ ଅଭି ଯୁକ୍ତ ଗିରଫ…..
ରେଳ ୱାଗନରୁ ୧୨ଟି ବୋମା ଜବତ…..