ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମହାପ୍ରଭୁ ଜଗନ୍ନାଥଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଏହି ପବିତ୍ର ବାହୁହା ଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ମହାପ୍ରଭୁଙ୍କ ପବିତ୍ର ବାହୁଡ଼ାଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ବର୍ତ୍ତମାନର କଠିନ ସ୍ଥିତି ଶୀଘ୍ର ଦୂର ହେଉ। ଆମ ରାଜ୍ୟର ପ୍ରଗତି ସହ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି ଯେ, ପବିତ୍ର ବାହୁଡ଼ା ଯାତ୍ରାର ହାର୍ଦ୍ଦିକ ଶୁଭକାମନା । ଏହାସହ ଜୟ ଜଗନ୍ନାଥ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..