ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟରେ ୧୮୬୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି |ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧,୦୮୨ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍- ୭୮୨ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯,୬୫,୭୧୫ରେ ପହଞ୍ଚିଛି। ତେବେ ଆକ୍ଟିଭ୍ କେସ୍ ୧୯,୦୧୩ ଥିବାବେଳେ ୯,୪୧,୨୦୪ ଜଣ ସୁସ୍ଥ ହୋଇଛନ୍ତି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୪୪୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୪୯୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ସେହିପରି ଆଜିର ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୪୪୫ରେ ପହଞ୍ଚିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀରୁ ୧୧, ଅନୁଗୁଳରୁ ୮, ମୟୂରଭଞ୍ଜରୁ ୭, କେନ୍ଦୁଝରରୁ ୬, ମାଲକାନଗିରି, ନୂଆପଡ଼ା, ସୁନ୍ଦରଗଡ଼ ଗଞ୍ଜାମ, ଜଗତସିଂହପୁର ଓ କନ୍ଧମାଳରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……