Report Card Odisha

| Daily Odia News

ଆଜି ରାଜ୍ୟରୁ କରୋନା ନେଲା ୬୭ ଜୀବନ…..

Multiple funeral pyres of people who died of COVID-19 burn at the Ghazipur crematorium in New Delhi, India, Thursday, May 13, 2021. (AP Photo/Amit Sharma)

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆଜି ଆଉ ୬୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ଜଣ ରହିଥିବା ବେଳେ ଅନୁଗୁଳ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି । ଗଞ୍ଜାମ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଦେବଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Breaking News