ରିପୋର୍ଟ କାର୍ଡ / ଭୁବନେଶ୍ବର
କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ହୋଇସାରିଛି | ଖୁବ ଶୀଘ୍ର ରାଜ୍ୟ ସରକାରଙ୍କ ଅଧୀନସ୍ଥ କର୍ମଚାରୀ ଓ ପେନସନ ଭୋଗୀଙ୍କୁ ଖୁସି ଖବର ମିଳିପାରେ। ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ ପ୍ରତିଶତ ମହଙ୍ଗା ଭତ୍ତା ସରକାରୀ କର୍ମଚାରୀଙ୍କୁ ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ସୂତ୍ରରୁ ଜଣାପଡିଛି । ସୂଚନା ଅନୁଯାୟୀ ମହଙ୍ଗା ଭତ୍ତା ନଥିପତ୍ର ଏବେ ସରକାରଙ୍କ ଅନୁମୋଦନ ଅପେକ୍ଷାରେ ରହିଛି। ଯେତେ ଶୀଘ୍ର ସରକାର ହଁ ଭରିବେ ସେତେ ଶୀଘ୍ର ତାହା ଘୋଷଣା କରାଯିବ। ଏହାଦ୍ବାରା ପ୍ରାୟ ୩ଲକ୍ଷରୁ ଊର୍ଦ୍ଧ୍ବ ସରକାରୀ କର୍ମଚାରୀ ଓ ୨ ଲକ୍ଷରୁ ଊର୍ଦ୍ଧ୍ବ ପେନସନ ଭୋଗୀ ଉପକୃତ ହେବେ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..