ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜଧାନୀ ଭୁବନେଶ୍ବରେ ଦିନ ଦ୍ବିପହରରେ ୩ ଯୁବକଙ୍କୁ ଗୁଡ଼େଇଗୁଡ଼ାଇ ହାଣିଲେ ଦୁର୍ବୃତ୍ତ | ମାଷ୍ଟରକ୍ୟାଣ୍ଟିନ ଛକରେ ଦୁଇ ଯୁବକଙ୍କୁ ଅତି ନିର୍ମମ ଭାବେ ୧୨ ଜଣ ଖଣ୍ଡାରେ ହାଣି ଆକ୍ରମଣ କରିଛନ୍ତି । ମାଷ୍ଟରକ୍ୟାଣ୍ଟିନ କଦଳୀ ଗୋଦାମ ଅଞ୍ଚଳରେ ଏଭଳି ଅଘଟଣ ଘଟିଥିବା ଜଣାପଡିଛି । ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକରେ ଦୁଇ ଜଣ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଛନ୍ତି ଦୁର୍ବୃତ୍ତ । ଫଳରେ ଉଭୟ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ଦୁଇ ଯୁବକଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ଖାରବେଳନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଯୁବକଙ୍କୁ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ତେବେ ପୋଲିସ ଘଟଣାର ତଦନ୍ତ ଜାରି ରଖିଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ କରାଯାଇଥିବା ସନ୍ଦେହ କରାଯାଉଛି ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ