ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ମୃତ୍ୟୁସଂଖ୍ୟା ସାମାନ୍ୟ ହ୍ରାସ ପାଇଥିବା ବେଳେ ଆଜି ପୁଣି ୬୯କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ରାଜ୍ୟରେ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୧୪ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୮ ଜଣଙ୍କର ମୃତ୍ୟୁ ହୋଇଛି । ଅନୁଗୁଳ ଓ କଟକରୁ ୬ ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର ଓ ପୁରୀରୁ ୫ ଜଣ ଲେଖାଏଁ , ବୌଦ୍ଧ ଓ ସମ୍ବଲପୁରରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକରୁ ୨ ଜଣ ରହିଥିବା ବେଳେ ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ଓ ନୟାଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଝଡ଼ ବର୍ଷା:୮ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..
ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ….
୨ରୁ ଯୁକ୍ତ ଦୁଇ ଖାତାଦେଖା…..