Report Card Odisha

| Daily Odia News

ଆଜି କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବାସବରାଜ ବୋମ୍ମାଇ…..

ରିପୋର୍ଟ କାର୍ଡ / କର୍ଣ୍ଣାଟକ

ଆଜି କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବାସବରାଜ ବୋମ୍ମାଇ | ଦିନ ୧୧ଟାରେ ଶପଥ ଗ୍ରହଣ ଉତ୍ସବରେ ବୋମ୍ମାଇ ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ମଙ୍ଗଳବାର ବିଧାୟକ ଦଳର ବୈଠକରେ ବାସବରାଜ ବୋମ୍ମଇଙ୍କ ନାମକୁ ୟେଦୁରପ୍ପା ପ୍ରସ୍ତାବ ଦେଇଥିଲେ | ଭାରତୀୟ ଜନତା ପାର୍ଟି ବିଧାୟକ ଦଳର ନେତା ଭାବେ ବୋମ୍ମଇଙ୍କୁ ଚୟନ କରିଛି । ଉତ୍ତର କର୍ଣ୍ଣାଟକରୁ ଆସିଥିବା ଲିଙ୍ଗାୟତ ନେତା ବାସବରାଜ ବୋମ୍ମାଇ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍ ଆର ବୋମଇଙ୍କ ପୁତ୍ର । ସେ ୧୯୮୮ରୁ ୧୯୮୯ ମଧ୍ୟରେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଥିଲେ । ୬୧ ବର୍ଷୀୟ ବୋମ୍ମଇ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦିୟୁରପ୍ପାଙ୍କ ନେତୃତ୍ୱରେ ପରିଚାଳିତ ସରକାରରେ ଗୃହ, ଆଇନ, ସଂସଦୀୟ ଏବଂ ବଧାୟୀ କାର୍ଯ୍ୟ ବିଭାଗରେ ମନ୍ତ୍ରୀ ଦାୟିତ୍ୱ ନେଇଥିଲେ । ବୋମୋଇଙ୍କ ପୂର୍ବରୁ କର୍ଣ୍ଣାଟକରେ ଆଉ ଏକ ପିତା-ପୁତ ଯୋଡ଼ି ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ଦେବେଗୌଡ଼ା କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଥିଲେ । ପରେ ତାଙ୍କର ପୁତ୍ର ଏଚ୍‌ଡି କୁମାରସ୍ୱାମୀ ମଧ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଥିଲେ ।

 

 

Breaking News