ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅଗଷ୍ଟ ୨୩ରୁ ସେପ୍ଟେମ୍ବର ୩ ମଧ୍ୟରେ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଛାତ୍ରଛାତ୍ରୀମାନେ ଅଗଷ୍ଟ ୨ରୁ ୧୪ ତାରିଖ ପର୍ୟ୍ୟନ୍ତ ଅନ୍ଲାଇନରେ ଆବେଦନ କରିପାରିବେ। ଅନଲାଇନ୍ ଆପ୍ଲିକେସନ୍ ଫର୍ମ www.samsodisha.gov.in ରେ ଉପଲବ୍ଧ ହେବ। ଅଗଷ୍ଟ ୨ ତାରିଖ ସକାଳ ୧୧ଟାରୁ ଛାତ୍ରଛାତ୍ରୀମାନେ ଏହି ୱେବସାଇଟକୁ ଯାଇ ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ କରିପାରିବେ। ଅଗଷ୍ଟ ୧୪ ତାରିଖ ରାତି ୧୧ଟା ୪୫ ସୁଦ୍ଧା ଆଶାୟୀମାନେ ଅନଲାଇନ୍ ଆବେଦନ କରିପାରିବେ। ଯେଉଁ ୟୁଜି ଛାତ୍ରଛାତ୍ରୀମାନଙ୍କର ପରୀକ୍ଷା ଫଳ ବାହାରି ନ ଥିବ ସେମାନେ ମଧ୍ୟ ଆବେଦନ କରିପାରିବେ। ଅଗଷ୍ଟ ୨୦ ତାରିଖରୁ ଆଶାୟୀମାନେ ସେମାନଙ୍କ ଆଡ଼ମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ। ଅଗଷ୍ଟ ୨୩ରୁ ପରୀକ୍ଷା ଆରମ୍ଭ ହେବ। ଏହା ସେପ୍ଟେମ୍ବର ୩ ତାରିଖ ପର୍ୟ୍ୟନ୍ତ ଚାଲିବ। କେବଳ ସେପ୍ଟେମ୍ବର ୨୭ ଓ ୨୯ ତାରିଖରେ ପରୀକ୍ଷା ହେବ ନାହିଁ। ଅକ୍ଟୋବର ୧୨ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..