ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ଉପରତଳ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୬ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ଗଞ୍ଜାମ, ପୁରୀ ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ, ବାଲେଶ୍ଵର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ମୟୁରଭଞ୍ଜରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେଓଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ, ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
Discussion about this post