ରିପୋର୍ଟ କାର୍ଡ / ଭୁବନେଶ୍ୱର
ସଂପୂର୍ଣ୍ଣ ଅନଲକ୍ ହେବ ନାହିଁ ରାଜ୍ୟ | ବର୍ତ୍ତମାନ ରାଜ୍ୟରେ ସେଭଳି ସ୍ଥିତି ଉପୁଜିନାହିଁ | ଅଗଷ୍ଟ ମାସ ପାଇଁ ଆସନ୍ତାକାଲି ଗାଇଡ୍ ଲାଇନ୍ ଘୋଷଣା ହେବ | ସେ ନେଇ କମିଟି ନିଷ୍ପତ୍ତି ନେବେ। ଏନେଇ ଡିଏମଇଟି ସିବିକେ ମହାନ୍ତି ସୂଚନା ଦେଇଛନ୍ତି। କଟକ, ଭୁବନେଶ୍ଵରରେ କରୋନା ସ୍ଥିତି ସ୍ଥିର ରହିଛି । ଆଗରୁ ୫ ଶହ ଉପରେ ରହୁଥିଲା ପିଜିଟିଭ ସଂଖ୍ୟା। ଏବେ ୪ ଶହରେ ରହିଛି ପଜିଟିଭ ସଂଖ୍ୟା। ବର୍ତ୍ତମାନ ପୁରା ଖୋଲା ଛଡାଯାଇ ପାରିବନାହିଁ । ଅନ୍ୟପଟେ ଡେଙ୍ଗୁ ନେଇ ରାଜ୍ୟରେ ସମସ୍ତ ହସ୍ପିଟାଲରେ ସ୍ବତନ୍ତ୍ର ୱାର୍ଡ ଖୋଲିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଡି-୨ ଷ୍ଟ୍ରେନ୍ ନେଇ ଆତଙ୍କ ସୃଷ୍ଟି କରନ୍ତୁ ନାହିଁ । ଏହା ଆଗରୁ ଥିଲା । ଏ ନେଇ ସୂଚନା ଦେଇଛନ୍ତି ଡିଏମଇଟି ସିବିକେ ମହାନ୍ତି ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..