ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚାକିରିରୁ ନିଲମ୍ବିତ ହେଲେ OSSC ସଦସ୍ୟଙ୍କ ପିଏସ୍ ବିରଞ୍ଚି ନାରାୟଣ ସାହୁ । ସୋମବାର ବିରଞ୍ଚିଙ୍କୁ ନିଲମ୍ବନ କରିଛନ୍ତି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ। ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ସୁପାରିଶ ମଧ୍ୟ କରାଯାଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଶନିବାର ବିରଞ୍ଚି ଙ୍କୁ ଗିରଫ କରିଥିଲା ଭିଜିଲାନ୍ସ। ବିରଞ୍ଚିଙ୍କ ଠାରୁ ସାଢ଼େ ୩ କୋଟିର ସଂପତ୍ତି ଠାବ କରିଛି ଭିଜିଲାନ୍ସ। OSSC ସଦସ୍ୟଙ୍କ ବ୍ୟକ୍ତିଗତ ସଚିବ ବିରଞ୍ଚି ନାରାୟଣ ସାହୁଙ୍କ ଅମାପ କଳାଧନ ପେଡ଼ିର ରହସ୍ୟ ଧୀରେ ଧୀରେ ଫିଠିବାରେ ଲାଗିଛି। ଏହା ଛଡ଼ା ସ୍ଥାବର ଅସ୍ଥାବର ସମ୍ପତ୍ତି ମଧ୍ୟରେ ରହିଛି ନୀଳାଦ୍ରିବିହାରରେ ୨ଟି ଦୁଇ ମହଲା ଘର, ଭୁବନେଶ୍ୱର ଭକ୍ତିବିହାର ଓ କଟକ କୋଡିଆବନ୍ଧରେ ୨ ଟି ଏକ ମହଲା ଘର । ଭୁବନେଶ୍ୱର, ଖୋର୍ଦ୍ଧା ଓ ପୁରୀରେ ରହିଛି ୧୪ ଟି ପ୍ଲଟ୍ । ଗୋଟିଏ କାର୍, ୨ ଟି ବାଇକ୍, ୫୬ ଲକ୍ଷ ଟଙ୍କାର ଜୀବନବୀମା, ଦେଢ଼ କେଜି ସୁନା । ତା’ଛଡା ଶ୍ରୀ ସାହୁଙ୍କ ଘରୁ ନଗଦ ୧୨ ଲକ୍ଷ ଟଙ୍କା ଓ ତାଙ୍କ ଶଳାଙ୍କ ଘରୁ ୧୩ ଲକ୍ଷ ନଗଦ ଟଙ୍କା ଜବତ କରିଛି ଭିଜିଲାନ୍ସ । ହେଲେ ବ୍ୟାଙ୍କ୍ ଓ ଲକରରେ ଥିବା ସମ୍ପତ୍ତି ଆକଳନ କରିପାରିନି ଭିଜିଲାନ୍ସ । ତାଙ୍କ ସମ୍ପତ୍ତି ଯାଞ୍ଚ କରାଯିବ ବୋଲି ଭିଜିଲାନ୍ସ ଏସ୍ପି ସୂଚନା ଦେଇଥିଲେ । ସବୁଠାରୁ ବଡ଼ କଥା ହେଲା ସେ ତାଙ୍କ ସମ୍ପର୍କୀୟଙ୍କ ନାଁରେ କୋଟି କୋଟି ଟଙ୍କା ସମ୍ପତ୍ତି ରଖିଥିବା ଜଣାପଡିଛି । ସେ କରୋନା ମହାମାରୀ ସମୟରେ ୨ଥର ବିଦେଶ ଗସ୍ତ କରିଥିବାର ପ୍ରମାଣ ମିଳିଛି । ଏଥିସହ ତାଙ୍କ ଘରୁ ବିଡା ବିଡା ବିଦେଶୀ ନୋଟ୍ ମଧ୍ୟ ଭିଜିଲାନ୍ସ ହାତରେ ଲାଗିଥିଲା । ଗତ କିଛି ମାସ ତଳେ ଏସ୍ଏସ୍ସି ମାଧ୍ୟମରେ ଚାକିରି ବିଜ୍ଞାପନ ବାହାରିଥିଲା । ବିରଞ୍ଚି ନାରାୟଣ ସାହୁ ଓ ତାଙ୍କର କିଛି ଖାସ୍ ସହଯୋଗୀ ଲକ୍ଷ ଲକ୍ଷ ଟଙ୍କାରେ ଡିଲ୍ କରୁଥିଲେ। ହେଲେ ଭିଜିଲାନ୍ସ ଏମାନଙ୍କୁ ଧରିବା ପୂର୍ବରୁ ଖସି ଯାଇଥିଲେ । ସେବେଠାରୁ ଭିଜିଲାନ୍ସ ତାଙ୍କ ଉପରେ ନଜର ରଖିଥିଲା । ଶୁକ୍ରବାର ସକାଳେ ଭିଜିଲାନ୍ସ ଚଢ଼ାଉ କରିଥିଲା । ହେଲେ ଏତେ ଟଙ୍କା ଓ ସମ୍ପତ୍ତି କେଉଁଠୁ ଆସିଲା ସେ ନେଇ ତଦନ୍ତ ଜାରି ରହିଛି ।
More Stories
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….
ବବି ଦାସ ଭାଇଙ୍କ ନାଁରେ ଏତଲା….
ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଥିଲେ ଆସିବନି ଟଙ୍କା…..