ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଉପରତଳ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ୬୦ ତଳକୁ ଖସିବାର ନାଁ ନେଉନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୬ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬୮ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୦ଜଣ , ପୁରୀ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..