Report Card Odisha

| Daily Odia News

କୋଟିପତି ପିଏସ୍ ବିରଞ୍ଚିଙ୍କ ଅର୍ଥ କାରବାରର ତଦନ୍ତ କରିବ ED……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଇଡି ସ୍କାନରରେ ପଡ଼ିଛନ୍ତି OSSC ସଦସ୍ୟଙ୍କ କୋଟିପତି ପିଏସ୍ ବିରଞ୍ଚି ନାରାୟଣ ସାହୁ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗର ତଦନ୍ତ କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) । ମନି ଲଣ୍ଡରିଂ ଓ ଚାକିରି ଆଶାୟୀଙ୍କଠାରୁ ଅର୍ଥ ସଂଗ୍ରହ ନେଇ ତଥ୍ୟ ଉଗାଳିବ ଇଡି। କେଉଁ ଉତ୍ସରୁ ବିରଞ୍ଚି ଏତେ ଟଙ୍କା ଉପାର୍ଜନ କଲେ ତାହାର ଖୋଳତାଡ଼ କରିବାକୁ ମାମଲା ହାତକୁ ନେଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଭିଜିଲାନ୍ସ ତଦନ୍ତ ସହ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବି ତଦନ୍ତ କରିବ। କୋଟି କୋଟି ଟଙ୍କାର ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ସଦସ୍ୟଙ୍କ ବ୍ୟକ୍ତିଗତ ସଚିବ ବିରଞ୍ଚି ସାହୁଙ୍କୁ ଗିରଫ କରିଥିଲା। ଏହାପରେ ଗତକାଲି ଭିଜିଲାନ୍ସ ଟିମ୍ ଓଏସ୍ଏସ୍‌ପି କାର୍ଯ୍ୟାଳୟରେ ପହଞ୍ଚି ତଥ୍ୟ ସଂଗ୍ରହ କରିଥିଲା। ତଦନ୍ତରୁ ଜଣାପଡ଼ିଥିଲା, କିରାଣୀରୁ କୋଟିପତି ପିଏସ୍ ବନିଥିବା ବାବୁ ବିରଞ୍ଚି ଖାଲି ସାଧାରଣ ତୃତୀୟ ଶ୍ରେଣୀ କର୍ମଚାରୀ ନ ଥିଲେ, ଶିକ୍ଷିତ ବେକାରୀଙ୍କ ଆଗରେ ସେ ଥିଲେ ଜଣେ ପ୍ରଭାବଶାଳୀ ବ୍ୟକ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ OSSC ସଦସ୍ୟଙ୍କ ପିଏସ୍ ବିରଞ୍ଚି ସାହୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦେଇ ରାଜ୍ୟ ସରକାର ତାଙ୍କୁ ଚାକିରିରୁ ସସପେଣ୍ଡ କରିଛନ୍ତି। ବିରଞ୍ଚିଙ୍କ ଠାରୁ ସାଢ଼େ ୩ କୋଟିର ସଂପତ୍ତି ଭିଜିଲାନ୍ସ ଠାବ କରିଛି।

Breaking News