ରିପୋର୍ଟ କାର୍ଡ / ଭୁବନେଶ୍ବର
ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୨୯୮୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୩୩ ଜଣଙ୍କ ମୃତ୍ୟୁ ଘଟିଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଆଜିର ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୮ ଲକ୍ଷ ୧୨ହଜାର ୧୧୪ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୬ ହଜାର ୨୯୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୯ ଲକ୍ଷ୭୪ ହଜାର ୭୪୮ରେ ପହଁଚିଛି । ଏବେ ଦେଶରେ ୪୧୧୦୭୬ଟି ସକ୍ରିୟ ମାମଲା ରହିଛି | ଦେଶରେ ଦୈନିକ ସଂକ୍ରମଣ ହାର ୨.୫୮% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୩୭% ରହିଥିବାବେଳେ ଆରୋଗ୍ୟ ହାର ୯୭.୩୭% ରହିଛି। ବୁଧବାର ସଂଧ୍ୟା ସୁଦ୍ଧା ଦେଶରେ ମୋଟ ୪୭.୪୮ କୋଟି ନମୁନା ପରୀକ୍ଷା କରାଯାଇସାରିଛି ଏବଂ ତାହାସହିତ ୪୮.୯୩ କୋଟି ପାନ ଟିକା ଦିଆଯାଇଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..