ରିପୋର୍ଟ କାର୍ଡ / ଛତିଶଗଡ଼
ପୁଣି ଲାଲବାହିନୀ ବର୍ବର କାଣ୍ଡ ଭିଆଇଛି | ଛତିଶଗଡ଼ର ଦାନ୍ତେୱାଡ଼ା ଜିଲ୍ଲା ଘୋଟିଆରେ ଭୟଙ୍କର ବିସ୍ଫୋରଣ ହୋଇଛି । ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ବୋଲେରୋ କ୍ଷତିଗ୍ରସ୍ତ ହୋଇଛି | ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ, ୯ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ତୁରନ୍ତ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଇଛି । ତେବେ ଛତିଶଗଡ଼ ଦାନ୍ତେୱାଡ଼ା ଜିଲ୍ଲା ଘୋଟିଆରେ ପୋଲିସକୁ ଟାର୍ଗେଟ କରି ଲ୍ୟାଣ୍ଡମାଇନ୍ ଖଞ୍ଜିଥିଲେ ମାଓବାଦୀ । ସୁରକ୍ଷାକର୍ମୀଙ୍କ ଉଦ୍ବେଷରେ ମାଓବାଦୀ ଲ୍ୟାଣ୍ଡମାଇନ ରଖାଯାଇଥିଲା | ହେଲେ ଏହି ଲ୍ୟାଣ୍ଡମାଇନ ବିସ୍ଫୋରଣରେଶିକାର ହେଲା ବୋଲେରୋ |
More Stories
ତୁମ ବାପା ମୋ ସହ କାମ କରିଛନ୍ତି,ଚୁପ୍ ହୋଇ ନିଜ ଜାଗାରେ ବସ….
ମହାକୁମ୍ଭରେ ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ…..
ଅମିତ ଶାହଙ୍କ”ଗୁଣ୍ଡାରାଜ”,ଆପ୍ କର୍ମୀମାନଙ୍କୁ ଆକ୍ରମଣ….