ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦର ସିଂଙ୍କ ମୁଖ୍ୟ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ପ୍ରଶାନ୍ତ କିଶୋର ଅମରିନ୍ଦରଙ୍କୁ ଏକ ଚିଠି ଲେଖି କିଛି ସମୟ ବ୍ରେକ୍ ନେବାକୁ ଚାହୁଁଥିବା ଲେଖିଛନ୍ତି । ପ୍ରଶାନ୍ତ କିଶୋର ଏହା ମଧ୍ୟ କହିଛନ୍ତି ଯେ ସେ ଭବିଷ୍ୟତର କାର୍ଯ୍ୟକଳାପ ବିଷୟରେ ନିଷ୍ପତ୍ତି ନେଇ ନାହାଁନ୍ତି। ଖୁବ୍ ଶୀଘ୍ର ସେ ଏବେ କଂଗ୍ରେସରେ ଯୋଗ ଦେବେ ବୋଲି ସୂଚନା ରହିଛି। ଏବେ ଅମରିନ୍ଦର ସିଂହଙ୍କ ମୁଖ୍ୟ ପରାମର୍ଶଦାତା ପଦରୁ ଇସ୍ତଫା ଦେବା ପରେ ସେ କଂଗ୍ରେସରେ ସାମିଲ୍ ହେବା ଏକ ପ୍ରକାର ସ୍ପଷ୍ଟ ହୋଇଯାଇଛି। ପ୍ରଶାନ୍ତ ଏବେ ୨୦୨୪ ସାଧାରଣ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରୁଥିବା ଜଣାପଡ଼ିଛି। ଏବେ ଅମରିନ୍ଦର ସିଂହଙ୍କ ମୁଖ୍ୟ ପରାମର୍ଶଦାତା ପଦରୁ ଇସ୍ତଫା ଦେବା ପରେ ସେ କଂଗ୍ରେସରେ ସାମିଲ୍ ହେବା ଏକ ପ୍ରକାର ସ୍ପଷ୍ଟ ହୋଇଯାଇଛି। ପ୍ରଶାନ୍ତ ଏବେ ୨୦୨୪ ସାଧାରଣ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରୁଥିବା ଜଣାପଡ଼ିଛି।






More Stories
ଭଡ଼ାଘର ଦେବେ ସରକାର…..
୧୯ରୁ ମାଟ୍ରିକ ପରୀକ୍ଷା……
ଆସିଲା ସୁଭଦ୍ରା ଟଙ୍କା…..