Report Card Odisha

| Daily Odia News

ସପ୍ତାହର ୨ ଦିନ ବନ୍ଦ ରହିବ ନନ୍ଦନକାନନ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ କରୋନା ସ୍ଥିତି ସୁଧାର ଆସିଛି |ଏହାକୁ ଦୃଷ୍ଟିରେ ରଖି କରୋନା କଟକଣାକୁ କୋହଳ କରାଯାଇ ଅନଲକ ହୋଇଛି | ପର୍ଯ୍ୟଟକଙ୍କ ପାଇଁ ଅଗଷ୍ଟ ୩ ରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଖୋଲି ସାରିଛି | କିନ୍ତୁ ସପ୍ତାହର ୫ ଦିନ ଖୋଲାରହିବ ନନ୍ଦନକାନନ । ଶନିବାର ଓ ରବିବାର ବନ୍ଦ ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । କରୋନା ସଂକ୍ରମଣ ଯୋଗୁଁ ଏଭଳି ନିଷ୍ପତ୍ତି ନେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ସୂଚନା ଅନୁସାରେ- ତେବେ କରୋନା କଟକଣା ମଧ୍ୟରେ ପର୍ଯ୍ୟଟକକୁ ସୀମିତ ସଂଖ୍ୟାରେ ପ୍ରବେଶ କରିବାକୁ ଅନୁମତି ମିଳିଥିଲା । ଚିଡିଆଖାନା ଭିତରେ ବୁଲିବା ପାଇଁ ବ୍ୟାଟେରୀ ଚାଳିତ ଗାଡ଼ିକୁ ଅନୁମତି ମିଳିନାହିଁ । ଏମିତି କି ବୋଟିଂ ପାଇଁ ମଧ୍ୟ ଅନୁମତି ଦିଆଯାଇନାହିଁ । ଅଳ୍ପ ସଂଖ୍ୟକ ଦର୍ଶକଙ୍କୁ ନନ୍ଦନକାନନ ଭିତରକୁ ଛଡ଼ାଯାଉଛି । ନନ୍ଦନକାନନ ଖୋଲିବା ନେଇ ରାଜ୍ୟ ସରକାର ଅଗଷ୍ଟ ମାସର ଗାଇଡ୍ ଲାଇନ୍ ରେ ଅନୁମତି ମିଳିଥିଲା । ମୁଖ୍ୟ ଗେଟରେ ଥର୍ମାଲ ସ୍କ୍ରିନିଂ, ସାନିଟାଇଜ ବାଧ୍ୟତାମୂଳକ କରାଯାଇଛି । ପର୍ଯ୍ୟଟକଙ୍କୁ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ବ ରଖିବାକୁ ନିର୍ଦ୍ଦେଶ ରହିଛି । ସେହିପରି ବଟାନିକାଲ ଗାର୍ଡେନ ବୁଲିବାକୁ ଆସୁଥିବା ପର୍ଯ୍ୟଟକ ମଧ୍ୟ କରୋନା କଟକଣା ମାନିବେ । ତେବେ ବର୍ତ୍ତମାନ ବଟାନିକାଲ ଗାର୍ଡେନରେ ବଣଭୋଜିକୁ ବନ୍ଦ ରଖାଯାଇଛି ।

Breaking News