ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅଗଷ୍ଟ ୧୪ରୁ ୧୬ ଭିତରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଗତବର୍ଷ ଅଗଷ୍ଟ ୨୧ ରେ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଚଳିତ ବର୍ଷ ଏହାର ସପ୍ତାହ ପୂର୍ବରୁ ଆରମ୍ଭ ହେବ। ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏଥର ୫୫ ହଜାରରୁ ଅଧିକ ସିଟ୍ ବୃଦ୍ଧି ପାଇଁ ଆବେଦନ ହୋଇଛି। ତେବେ ବିଜ୍ଞାନ ପାଇଁ ଲାବୋରରୋଟୀ ସମସ୍ୟା ହୋଇପାରେ। ତେଣୁ ଏ ସବୁର ଭିତ୍ତିଭୂମି ଯାଞ୍ଚ ଚାଲିଛି। ଗତକାଲି ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏ ନେଇ ବୈଠକ ବସିଥିଲା। ସେଲ୍ଫ ଫାଇନାନ୍ସିଂ କଲେଜର ଅଧିକ ଯାଞ୍ଚ ହେଉଛି। ସେମାନେ ଲାବୋରଟୋରୀ ସୁବିଧା କେତେ ଯୋଗାଇ ପାରିବେ, ତାହାର ଅନୁଧ୍ୟାନ ଚାଲିଛି। ଆବେଦନ ପୂର୍ବରୁ କେତେ ସିଟ୍ ବଢ଼ିଲା, SAMS ୱେବସାଇଟ୍ ରେ ତଥ୍ୟ ଉପଲବ୍ଧ ହେବ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..