Report Card Odisha

| Daily Odia News

ରାଜ୍ୟରେ ହଜାରେ ତଳକୁ ଖସିଲା କରୋନା ସଂକ୍ରମଣ,ଦିନକର ୮୮୬ ଚିହ୍ନଟ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟ ପାଇଁ ଖୁସି ଖବର ଆଜି ହଜାରେ ତଳେ ରହିଛି ଦୈନିକ କରୋନା ସଂକ୍ରମଣ | ଗତ ୨୪ ଘଂଟାରେ ରାଜ୍ୟରେ ୮୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ସଙ୍ଗରୋଧରୁ ୫୧୨ ଜଣ ରହିଥିବା ବେଳେ ୩୭୪ ଲୋକାଲ କେସ ରହିଛି | ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତନଙ୍କ ସଂଖ୍ୟା ୯୮୭୯୫୬ ବୃଦ୍ଧି ପାଇଛି | ରାଜ୍ୟରେ ୧୧୪୮୬ ଆକ୍ଟିଭ୍‌ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୩୨, ବାଲେଶ୍ୱରରୁ ୬୨, ବରଗଡ଼ରୁ ୮, ଭଦ୍ରକରୁ ୩୧, ବୌଦ୍ଧରୁ ୨, କଟକରୁ ୮୧, ଦେବଗଡ଼ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଢେଙ୍କାନାଳରୁ ୧୧, ଗଜପତିରୁ ୪, ଗଞ୍ଜାମରୁ ୮, ଜଗତସିଂହପୁରରୁ ୫୪, ଯାଜପୁରରୁ ୬୦, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୫,କେନ୍ଦ୍ରାପଡ଼ାରୁ ୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଠିକ୍‌ ସେହିପରି, କେନ୍ଦୁଝରରୁ ୧୮, ଖୋର୍ଦ୍ଧାରୁ ୨୫୩, କୋରାପୁଟ୍‌ରୁ ୭, ମାଲକାନଗିରିରୁ ୯, ମୟୂରଭଞ୍ଜରୁ ୨୫, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୨୫, ପୁରୀରୁ ୫୩ ଓ ରାୟଗଡ଼ାରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେବଳ ସେତିକି ନୁହେଁ ବରଂ ସମ୍ବଲପୁରରୁ ୧୫, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଷ୍ଟେଟ୍‌ ପୁଲର ସଂଖ୍ୟା ୫୧ ରହିଛି।

Breaking News