ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୋମବାର ଆଇଏଏସ୍ ଓ ଓଏଏସ୍ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ ଭାବେ ନୂଆ ନିଯୁକ୍ତି ଦେଇଛନ୍ତି। ସେହିଭଳି ପଞ୍ଚାୟତିରାଜ ନିର୍ଦ୍ଦେଶକ ଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି । ଢେଙ୍କାନାଳ ଜିଲ୍ଲାପାଳ ଥିବା ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି ଅନ୍ୟପକ୍ଷରେ ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ବର୍ତ୍ତମାନ କାର୍ଯ୍ୟ କରୁଥିବା ତ୍ରିଲୋଚନ ମାଝିଙ୍କୁ ଭଦ୍ରକ ଜିଲ୍ଲପାଳ ଭାବେ ନୂଆ ନିଯୁକ୍ତି ମିଳିଛି ।






More Stories
୨୪ରେ ରାଜ୍ୟ କ୍ୟାବିନେଟ……
ବିଧାୟକଙ୍କ ଦରମା ବୃଦ୍ଧି ନେଇ ହାଇକୋର୍ଟରେ ମାମଲା…..
ପ୍ରଦୂଷଣ ସାର୍ଟିଫିକେଟ ନଥିଲେ ଗଣିବେ ୧୦ ହଜାର…..