Report Card Odisha

| Daily Odia News

ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୩୦କୁ ବୃଦ୍ଧି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆଜି ଆଉ ୬୫ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା, କଳାହାଣ୍ଡି. ଯାଜପୁର, ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Breaking News