Report Card Odisha

| Daily Odia News

ତୃତୀୟ ଲହର ଆସୁ ବା ନ ଆସୁ ଆମେ ପ୍ରସ୍ତୁତ:ସ୍ୱାସ୍ଥ୍ୟ ନିର୍ଦ୍ଦେଶକ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆମେ ବର୍ତ୍ତମାନ କରୋନାର ଦ୍ଵିତୀୟ ଲହରରେ ଅଛେ । ତୃତୀୟ ଲହର ପାଇଁ ପ୍ରସ୍ତୁତ ଅଛୁ । ଯେଉଁ ଏରିଆରେ ଅଧିକ ଲୋକ ରହୁଛନ୍ତି, ସେଠି ସଂକ୍ରମଣ ରହୁଛି । ଅନ୍ୟ ରାଜ୍ୟ, ଅନ୍ୟ ଦେଶରେ ସଂକ୍ରମଣ ବଢ଼ିଲାଣି । ସେହିଭଳି ଭାବେ ସଦାସର୍ବଦା ଆମକୁ ସତର୍କ ରହିବାକୁ ପଡ଼ିବ।ସାବଧାନ ରହିବାକୁ ପଡ଼ିବ । କମ୍ୟୁନିଟି କୁ ଅନୁରୋଧ କରିବୁ, ନିୟମ ମାନନ୍ତୁ । ତାହେଲେ ଆମେ କରୋନାକୁ ନିୟନ୍ତ୍ରଣ କରିପାରିବା । ତୃତୀୟ ଲହର ଆସୁ ବା ନ ଆସୁ ଆମେ ପ୍ରସ୍ତୁତ ରହିବା ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଜେନେରାଲ ବେଡ଼ ଯେତିକି ବଢ଼ିବା କଥା ସେତିକି ବଢ଼ିଛି । ସରକାରଙ୍କ ଗାଇଡ଼ ଲାଇନ ଅନୁସାରେ ପେଡ଼ିଆଟ୍ରିକ ବେଡ଼ ସଂଖ୍ୟା ବଢିବା ନେଇ ପ୍ରସ୍ତୁତି ଚାଲିଛି । ଉପକରଣ, ଅକ୍ସିଜେନ, ଭିତ୍ତିଭୂମି ମହଜୁଦ ରହିଛି । ଅକ୍ସିଜେନ ପ୍ଲାଣ୍ଟର ବ୍ୟବସ୍ଥା ମଧ୍ୟ କରାଯାଉଛି । ଡ୍ରଗ୍ସ ଚାହିଦା ଅନୁଯାୟୀ ପୂର୍ବାପେକ୍ଷା ଅଧିକ ରହିଛି । ଯେହେତୁ ଶିଶୁମାନେ ଅଧିକ ଆକ୍ରାନ୍ତ ହେବାର ସମ୍ଭାବନା ରହିଛି, ତା ପାଇଁ ଆବଶ୍ୟକ ଟ୍ରେନିଂ ଦିଆଯାଉଛି । ଉପରୁ ତଳ ସ୍ତର ଯାଏ ସମସ୍ତଙ୍କୁ ଟ୍ରେନିଂ ଦିଆଯାଉଛି ।

Breaking News