ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ କିଛି ନହେବ କରୋନା ସଂକ୍ରମଣ ହ୍ରାସପାଇଥିବା ବେଳେ ପୁଣି ସଂକ୍ରମଣ ବୃଦ୍ଧି ପାଇଛି | ସେହିପରି କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ଉପର ତଳ ହେଉଛି | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ ରହିଛନ୍ତି । ଅନୁଗୁଳ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । ଯାଜପୁର, ଖୋର୍ଦ୍ଧା, ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କୋରାପୁଟ , ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……