Report Card Odisha

| Daily Odia News

ରାଜ୍ୟରେ ୭ ହଜାର ମୁହାଁ କରୋନା ମୃତ୍ୟୁ ସଂଖ୍ୟା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଁହିଁବା ବେଳେ କରୋନାଜନିତ ମୃତ୍ୟୁସଂଖ୍ୟା ସ୍ଥିର ରହିଛି | ଗତ ୨୪ ଘଣ୍ଟା ମଧ୍ୟରେ୬୬ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ସମ୍ବଲପୁର ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୮ଜଣ, ଅନୁଗୁଳ ଜିଲ୍ଲାରୁ ୭ଜଣ । ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଭଦ୍ରକ, ଜଗତସିଂହପୁର, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଁଏ ରହିଛନ୍ତି । ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, ଦେଓଗଡ଼, ଯାଜପୁର, ଝାରସୁଗୁଡ଼ା, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Breaking News