ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ନୂଆ ରୂପରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ ସ୍ମାର୍ଟ କାର୍ଡ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କାର୍ଡ ବଣ୍ଟନ ପାଇଁ ଆସନ୍ତା ୨୦ ତାରିଖରୁ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ପ୍ରଥମ ପର୍ଯ୍ୟାୟରେ ମାଲକାନିଗିରିରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ ଲୋକଙ୍କୁ ବାଣ୍ଟିବେ ମୁଖ୍ୟ୍ୟମନ୍ତ୍ରୀ । ଅଗଷ୍ଟ ୧୫ ତାରିଖ ଦିନ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସ୍ବାସ୍ଥ୍ୟ କ୍ଷେତ୍ରରେ ଡିଜିଟାଲ ହେଲଥ କାର୍ଡ ଆରମ୍ଭ କରିଥିଲା । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁସାରେ, ଏହି କାର୍ଡ ଜରିଆରେ ରାଜ୍ୟର ୯୬ ଲକ୍ଷ ପରିବାର ଓ ସାଢେ ୩ କୋଟି ଲୋକ ଉପକୃତ ହେବେ । ପ୍ରତିବର୍ଷ ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ବୀମା ସହାୟତା ମିଳିବ । ରାଜ୍ୟ ତଥା ଦେଶରେ ୨୦୦ରୁ ଅଧିକ ଡାକ୍ତରଖାନାରେ ଏହି ସ୍ମାର୍ଟ ହେଲଥ କାର୍ଡ ସୁବିଧା ଲୋକ ପାଇପାରିବେ । ସ୍ମାର୍ଟ ହେଲଥ କାର୍ଡ ଦେବାରେ ଓଡ଼ିଶା ସାରା ଦେଶରେ ପ୍ରଥମ ରାଜ୍ୟ । ସାରା ଓଡିଶାରେ ପର୍ଯ୍ୟାୟକ୍ରମେ ଏହି କାର୍ଡ ଦିଆଯିବ । ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀଙ୍କୁ ଏହି ସ୍ମାର୍ଟ ହେଲ୍ଥ କାର୍ଡ ମିଳିବ । ନଭେମ୍ବର ସୁଦ୍ଧା ସବୁ ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ଯୋଗାଇ ଦିଆଯିବ
More Stories
ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଥିଲେ ଆସିବନି ଟଙ୍କା…..
ଡିସିପି ଅଫିସ ସମ୍ମୁଖରେ ମୁହାଁମୁହିଁ ହେଲେ ଦୁଇ ଅଭିନେତା…..
ଓଟିଇଟି ରେଜଲ୍ଟ ପ୍ରକାଶ….