ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ : ଧନକ୍ଷୟ ହେବାର ସୂଚନା ମିଳୁଛି। ସ୍ବାଭିମାନୀ ହୋଇପାରନ୍ତି। ଭାଗୁଆଳି ବ୍ୟବସାୟରୁ ସ୍ବଳ୍ପ ଲାଭ ମିଳିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ମିତ୍ରମାନେ କରଛଡ଼ା ଦେବେ। ସତର୍କତାର ଦିନ।
ବୃଷ : ବ୍ୟବସାୟ ଲାଭଜନକ ହେବ। ମନ ପ୍ରସନ୍ନ ରହିବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ମନରେ ଗର୍ବଭାବ ବହନ କରିପାରନ୍ତି। ପତ୍ନୀଙ୍କ ପରାମର୍ଶ ଲାଭଦାୟକ ହେବ।
ମିଥୁନ : ଉଦାର ସ୍ବଭାବ ସମ୍ପନ୍ନ ହେବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ। ମାନ୍ଦାଗ୍ନି ଭୋଗ କରିପାରନ୍ତି।
କର୍କଟ : ଆଶାବାଦୀ ହେବେ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ। ସମସ୍ୟା ଜର୍ଜରିତ ହେବେ।
ସିଂହ : ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁଖୀ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଯାନବାହନ ସୁଖ ନ ମିଳିପାରେ।
କନ୍ୟା : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ପାଇବେ। ସେବା ଓ ପୂଜାପାଠରେ ମନ ଦେବେ।
ତୁଳା : ପରିଶ୍ରମ ଯେତେ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ। ଭାଗ୍ୟଶାଳୀ ହେବେ। ମଧୁର ଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି। ଉଦାର ସ୍ବଭାବ ଓ ବିଦ୍ୟାପ୍ରେମୀ ହେବେ। ସଞ୍ଚୟ ଅର୍ଥ ଖର୍ଚ୍ଚ କରିବେ।
ବିଛା : ଆଶାବାଦୀ ହୋଇପାରନ୍ତି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାର ରାୟ ସପକ୍ଷରେ ଯିବ ଓ ଧନଲାଭ ହେବ। ଧନ-ସମ୍ପଦ ଭରପୂର ରହିବ। ସାମାନ୍ୟ ଅସୁସ୍ଥତା ଭୋଗ କରିପାରନ୍ତି।
ଧନୁ : କର୍ମଚଞ୍ଚଳ ରହିବେ। ଥଣ୍ଡାରେ ପୀଡ଼ିତ ହୋଇପାରନ୍ତି। ସାଧନାର ପ୍ରଥମ ସୋପାନ ଏକାନ୍ତବାସକୁ ଆଦରି ନେଇପାରନ୍ତି। ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଉପୁଜିପାରେ। ମଧୁର କଥାରେ ଶତ୍ରୁକୁ ବଶ କରିପାରନ୍ତି।
ମକର : ସୁସ୍ଥ ରହିବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ତନ୍ତ୍ର-ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ। ଗୃହ ସୁଖ ଓ ଯାନବାହନ ସୁଖ ମିଳିବ।
କୁମ୍ଭ : ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି। କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ବାଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ-ସଦ୍ଦିଚ୍ଛା ରହିବ।
ମୀନ : ପରୋପକାରୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ଦିନଟି ଅତିବାହିତ ହେବ। ଜୀବନ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
Discussion about this post