Report Card Odisha

| Daily Odia News

ରାଜ୍ୟରେ ଆଉ ୬୮ କରୋନା ଆକ୍ରାନ୍ତ ମୃତ୍ୟୁ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ ରହିଛନ୍ତି । ଭଦ୍ରକ ଓ ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ ୨ଜଣ ରହିଛନ୍ତି । ନୟାଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Breaking News