ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ: ବହୁ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ସନ୍ତୁଷ୍ଟ ହେବା କଷ୍ଟସାଧ୍ୟ ହେବ। ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର ବଚନରେ ପରକୁ ଆପଣାର କରିବେ।
ବୃଷ: ବିଭିନ୍ନ ସ୍ତରରୁ ଧନ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ବିଭିନ୍ନ ସ୍ତରରୁ ଅର୍ଥ ମିଳିବ।
ମିଥୁନ: କର୍ତ୍ତବ୍ୟନିଷ୍ଠ ହେବେ। କୁଳ ଉଳକାରୀ ହେେବ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।
କର୍କଟ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ଦିନଟି ଅତିବାହିତ ହୋଇପାରେ। ଜୀବନ, ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ। ପ୍ରବଳ ଉଦ୍ୟୋଗୀ ହେବେ।
ସିଂହ: ଥଣ୍ଡା-କଫଜନିତ ଯୋଗୁଁ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହେବ। ପ୍ରତିଶୋଧ ପରାୟଣ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗଁୁ ସତର୍କରେ ଚଳିବେ।
କନ୍ୟା: ବିଭିନ୍ନ ସ୍ତରରୁ ସହଯୋଗ ମିଳିବ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ। ନିଜ କାର୍ଯ୍ୟ ପାଇଁ ଗର୍ବିତ ହେବେ।
ତୁଳା: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ବିଛା: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ବ୍ୟବସାୟାଦିରୁ ପ୍ରଚୁର ଧନ ଲାଭ ହେବ।
ଧନୁ: ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଦଳ ପ୍ରତି ଆଦର ଓ ସମ୍ମାନ ରହିବ। ପ୍ରେମୀ ଓ ବୁଦ୍ଧିମାନ ହେବେ।
ମକର: କାର୍ଯ୍ୟରେ ସଫଳତା ମିଳିବ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହାସୀ ହେବେ। ଭ୍ରାତୃ ସ୍ନେହ ରହିବ।
କୁମ୍ଭ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ ଓ ଶାନ୍ତିପ୍ରିୟ ହେବେ। ସହିବା ଗୁଣ ଅଧିକ ରହିବ। ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ରଠାରୁ ସହଯୋଗ ପାଇ ଖୁସି ହେବେ।
ମୀନ: ଶ୍ରୀ ଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ଜିଣି ଧନ ଲାଭ କରିବେ। ଧନସମ୍ପଦ ଭରପୂର ରହିବ। ଲୋକପ୍ରିୟ ହେବେ। ସାମାଜିକ ଗୌରବ ମିଳିବ।
More Stories
ପୈତୃକ ସମ୍ପତ୍ତି ଭୋଗ କରିବେ……
ଉଦ୍ୟୋଗୀ ହେବେ…..
ବନ୍ଧୁ ସୁଖ ମିଳିବ…..