ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ କରୋନାଜନିତ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନାହିଁ । ଆଜି ରାଜ୍ୟରେ ୬୯ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୫୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ ରହିଛନ୍ତି । ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ପୁରୀ ଓ ଅନୁଗୁଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଅଷ୍ଟମ ବେତନ କମିଶନ ଲାଗି ଚିଠି….
କେହି କଲେନି ନାମାଙ୍କନ ପ୍ରତ୍ୟାହାର…..
୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ଭାଜପା…..