ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦରହିବ | ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସର୍ବସାଧାରଣ ଦର୍ଶନକୁ ୪ ଘଣ୍ଟା ବନ୍ଦ କରାଯାଇଛି । ଭାଦ୍ରବ କୃଷ୍ଣ ତୃତୀୟା ତିଥି ଅବସରରେ ଶ୍ରୀଜିଉମାନଙ୍କର ବନକଲାଗି ବା ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଦତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର ନୀତି ସମ୍ପାଦନ କରିବେ । ପ୍ରାୟ ୪ ଘଣ୍ଟା ନୀତି ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅପରାହ୍ନ ୪ଟାରୁ ରାତି ୮ ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ବା ଶ୍ରୀମୁଖ ସିଂହାର ନୀତି ମହାପ୍ରଭୁଙ୍କ ଏକ ଗୁପ୍ତ ନୀତି । ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ | ଏବେ କରୋନା କଟକଣାରେ ସର୍ବସାଧାରଣ ଦର୍ଶନ ହେଉଛି । ୪ ଘଣ୍ଟା ଦର୍ଶନ ବନ୍ଦ ହେବା ଦ୍ୱାରା ବହୁ ଭକ୍ତ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ । ଏବେ ସକାଳ ୭ଟାରୁ ସନ୍ଧ୍ୟା ୭ଟା ଯାଏ ସର୍ବସାଧାରଣ ଦର୍ଶନକୁ ଅନୁମତି ଦିଆଯାଇଛି ।
More Stories
କେନିଆରେ ରଦ୍ଦ ହେଲା ଆଦାନୀ ପ୍ରକଳ୍ପ…..
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….
ବବି ଦାସ ଭାଇଙ୍କ ନାଁରେ ଏତଲା….