ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କିଛି ଦିନ ତଳେ କରନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଆଜି ୪୦ ହଜାର ପାର କରିଛି ସଂକ୍ରମଣ | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୬୧୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୦୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଆଜିର ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୫ ଲକ୍ଷ ୫୮ହଜାର ୫୩୦ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୬ ହଜାର ୩୬୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୭ ଲକ୍ଷ ୮୮ହଜାର ୪୪୦ରେ ପହଁଚିଛି। ଏବେ ଦେଶରେ ୩୩୩୭୨୫ଟି ସକ୍ରିୟ ମାମଲା ରହିଛି






More Stories
ଆଉ ଭାରୀ କାର୍ଯ୍ୟଭାର ସମ୍ଭାଳି ପାରିବି ନାହିଁ…..
ପ୍ରମାଣ ନୁହେଁ ରାଜସ୍ବ ରେକର୍ଡ……
ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍ ସଂଘ……