Report Card Odisha

| Daily Odia News

ରାଜ୍ୟରେ ୨୪ ଘଣ୍ଟାରେ ୭୫୪ କରୋନା ସଂକ୍ରମିତ ଚିହ୍ନଟ, ୬ମୃତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ରାଜ୍ୟରେ ୨୪ ଘଣ୍ଟାରେ ୭୫୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେଣ୍ଟିନରୁ ୪୩୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୩୧୬ ରହିଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର କେବଳ ୧୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକରୁ ସର୍ବାଧିକ ୨୬୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୬, ବାଲେଶ୍ୱରରୁ ୪୩, ବରଗଡ଼ରୁ ୧, ଭଦ୍ରକରୁ ୭, ବଲାଙ୍ଗିରରୁ ୪, ବୌଦ୍ଧରୁ ୩, କଟକରୁ ୧୧୦, ଦେବଗଡ଼ରୁ ୯, ଢେଙ୍କାନାଳରୁ ୯, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୫, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୨, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧୯, କେନ୍ଦୁଝରରୁ ୧୬, ଖୋର୍ଦ୍ଧାରୁ ୨୬୧, କୋରାପୁଟରୁ ୬, ମାଲକାନଗିରିରୁ ୯, ମୟୂରଭଞ୍ଜରୁ ୨୩, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୧୩, ନୂଆପଡ଼ାରୁ ୭, ପୁରୀରୁ ୨୮, ରାୟଗଡ଼ାରୁ ୯, ସମ୍ବଲପୁରରୁ ୧୩, ସୁନ୍ଦରଗଡ଼ରୁ ୨୬ ଓ ଷ୍ଟେଟପୁଲ୍‌ରୁ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯ ହଜାର ୨୨୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯,୯୩,୯୦୧ ଜଣ ସୁସ୍ଥ ହୋଇଥିବା ବେଳେ ୭,୨୪୧ ଆକ୍ଟିଭ୍‌ କେସ୍‌ ରହିଛି। ସେହି ପରେ ଆଜିର ୬ କରୋନା ଆକ୍ରାନ୍ତଂକର ମୃତ୍ୟୁ ହୋଇଛି | ଏହି ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରେ ୪ ଜଣ, ଯାଜପୁର ଓ କଟକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୨୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Breaking News