ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭା ମୌସୁମୀ ଅଧିବେସନର ତୃତୀୟ ଦିନରେ ବି ଚାଲିପାରିଲାନି ଗୃହ କାର୍ଯ୍ୟ । ଆରମ୍ଭରୁ ଗୃହରେ କଂଗ୍ରେସ ସଦସ୍ୟ ହଟ୍ଟଗୋଳ କରିଥିଲେ । ପ୍ରଶ୍ନକାଳ ଆରମ୍ଭରୁ ଷ୍ଟାଫ୍ ସିଲେକ୍ସନ ଦୁର୍ନୀତି ପ୍ରସଙ୍ଗ ନେଇ ନାରାବାଜି ଓ ହୋହଲ୍ଲା । ଏଥିରେ ତୃତୀୟ ମହଲାର ସଂପୃକ୍ତିକୁ ଅସ୍ବୀକାର କରାଯାଇ ନ ପାରେ କହିଥିଲେ । ଫଳରେ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ଘୋଷଣା କରିଛନ୍ତି । ଆଜି ବିଧାନସଭା ପ୍ରଶ୍ନକାଳରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ, ଶକ୍ତି, କ୍ରୀଡା ଓ ଯୁବକଲ୍ୟାଣ, ଶିଳ୍ପ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ଦ୍ୟେଗ ଆଦି ବିଭାଗ ଉପରେ ଆଲୋଚନା ହେବାର ଥିଲା । ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥାନ୍ତେ ବିଭାଗୀୟ ମନ୍ତ୍ରୀ । ଦ୍ବିତୀୟ ଦିନରେ ମାହାଙ୍ଗା ଡବଲ୍ ମର୍ଡର ଘଟଣାକୁ ନେଇ ଗୃହରେ ହଟ୍ଟଗୋଳ ଲାଗି ରହିଥିଲା । ଫଳରେ ବାରମ୍ବାର ଗୃହକୁ ମୁଲତବୀ ରଖିଥିଲେ ବାଚସ୍ପତି ।
More Stories
ରାଜ୍ୟରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱବିଦ୍ୟାଳୟ…..
ଆସନ୍ତାକାଲି ଆସିବ ମହାରାଷ୍ଟ୍ର-ଝାଡ଼ଖଣ୍ଡ ନିର୍ବାଚନ ଫଳ…..
ଆଦାନୀ ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିବା ଅଭିଯୋଗ….