ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାରେ ଅସୁସ୍ଥ ହେଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ବାଚସ୍ପତିଙ୍କ ପୋଡ଼ିୟମ ତଳେ ଚେୟାର ଉପରେ ଚଢି ପ୍ରତିବାଦ କରୁଥିଲେ ତାରା । ଏହି ସମୟରେ ତାରା ହଠାତ୍ ଅସୁସ୍ଥ ହୋଇ ପଡ଼ିଥିବା ସୂଚନା ମିଳିଛି । ସହଯୋଗୀ ବିଧାୟକ ତାଙ୍କୁ ପାଣି ପିଇବାକୁ ଦେଇ ଚେୟାରରେ ବସାଇଥିଲେ । କିଛି ଦିନ ହେବ କୋଭିଡରୁ ସୁସ୍ଥ ହୋଇଛନ୍ତି ତାରା ପ୍ରସାଦ ବାହିନୀପତି । ବାଚସ୍ପତିଙ୍କ ନିର୍ଦ୍ଦେଶ କ୍ରମେ ତାରାଙ୍କ ସ୍ଵାସ୍ଥ୍ୟ ଅବସ୍ଥା ଯାଞ୍ଚ ପାଇଁ ବିଧାନସଭାର ଲବୀକୁ ଡାକ୍ତରଙ୍କୁ ତୁରନ୍ତ ଡକାଯାଇଛି । ବର୍ତ୍ତମାନ ତାରାଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରୁଛନ୍ତି ଡାକ୍ତରୀ ଟିମ୍ ।






More Stories
ଖୁବ୍ଶୀଘ୍ର ମୋଦୀଙ୍କ ମନ୍ତ୍ରିମଣ୍ଡଳ ଅଦଳବଦଳ !…..
ନିଟ୍ ପରୀକ୍ଷାର୍ଥୀଙ୍କୁ ମାଗଣା ବସ୍ ସେବା…..
ଝଡ଼ବର୍ଷା ସମ୍ଭାବନା….