ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୭,୮୭୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୬୯ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୦,୯୬,୭୧୮ ଓ ମୃତ୍ୟୁସଂଖ୍ୟା ୪,୪୧,୪୧୧ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୯,୧୧୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୨,୬୪,୦୫୧ରେ ପହଞ୍ଚିଛି।ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୯୧,୨୫୬। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୦,୭୫,୪୩,୦୧୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ୭୮,୪୭,୬୨୫ଜଣଙ୍କୁ ଟିକା ଦିଆଯାଇଛି।






More Stories
ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ବୃଦ୍ଧି…..
ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ…..
ପ୍ରଧାନମନ୍ତ୍ରୀ ପଦ ଛାଡ଼ିବେ ଷ୍ଟାର୍ମର !…..