ରିପୋର୍ଟ କାର୍ଡ / ଭୁବନେଶ୍ୱର
ବୁଧବାର ବିଧାନସଭାରେ ପାରିତ ହୋଇଛି ଓଡିଶା ପଞ୍ଚାୟତ ସଂଶୋଧନ ବିଲ୍ । ଏହି ବିଲ୍ ଅନୁସାରେ ମୋଟ୍ ସଂରକ୍ଷଣ ୫୦% ଭିତରେ ରହିବ। SC, ST ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦% ଭିତରେ ରହିବ। ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା 50 ପ୍ରତିଶତ ଅତିକ୍ରମ କରିବ ନାହିଁ। ପଛୁଆ ବର୍ଗଙ୍କ ପାଇଁ ୨୭% ଭିତରେ ସଂରକ୍ଷଣ ବ୍ୟବସ୍ଥା ରହିବ । SC/STଙ୍କ ପାଇଁ ସଂରକ୍ଷଣ ପରେ ଅବଶିଷ୍ଟ ପଛୁଆ ବର୍ଗଙ୍କ ପାଇଁ ରହିବ। ଏହି ବିଲ୍ ବିଧାନସଭାରେ ପାରିତ ହେଲା ପରେ ପଞ୍ଚାୟତ ନିର୍ବାଚନ ପାଇଁ ବାଟ ଫିଟିଛି। ମଙ୍ଗଳବାର ମ୍ୟୁନିସପାଲ ଆଇନ୍ ସଂଶୋଧନ ବିଲ୍ ବିଧାନସଭାରେ ପାରିତ ହୋଇସାରିଛି । ବିଲ୍ ଅନୁଯାୟୀ ସଂରକ୍ଷଣ ସୀମା ୫୦ ପ୍ରତିଶତ ମଧ୍ୟରେ ରହିବ। SC, ST ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦% ମଧ୍ୟରେ ରହିବ। ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ। ପଛୁଆ ବର୍ଗଙ୍କ ପାଇଁ ୨୭% ଭିତରେ ସଂରକ୍ଷଣ ବ୍ୟବସ୍ଥା ରହିବ। ସଂଶୋଧିତ ଆଇନ ଅନୁସାରେ ପ୍ରଥମେ SC, STଙ୍କୁ ସଂରକ୍ଷଣ ଦିଆଯିବ। SC, STଙ୍କୁ ଆବଶ୍ୟକ ଆସନ ସଂରକ୍ଷଣ ଦେବା ପରେ ପଛୁଆ ବର୍ଗଙ୍କୁ ଦିଆଯିବ। ଆସନର ଅବଶିଷ୍ଟ ଅଂଶଗୁଡ଼ିକୁ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ କରାଯିବ। ତେବେ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷିତ ଆସନ ୨୭%ରୁ ଅଧିକ ହେବନି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..