ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଯୁକ୍ତ ୨ ନାମଲେଖା ପାଇଁ ପ୍ରଥମ ମେଧା ତାଲିକା ପ୍ରକାଶ ପାଇଛି । www.samsodisha.gov.in ପୋର୍ଟାଲରେ ତାଲିକା ଉପଲବ୍ଧ ହୋଇଛି । ଅଗଷ୍ଟ ୧୨ ତାରିଖ ରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ସେପ୍ଟେମ୍ବର ୫ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ଆବେଦନ। ଆଜି ମେରିଟ ଲିଷ୍ଟ ପ୍ରକାଶ ପରେ ୧୪ ରୁ ୨୧ ତାରିଖ ମଧ୍ୟରେ ନାମଲେଖା ହେବ। ସେହିପରି ଦ୍ବିତୀୟ ପର୍ଯ୍ୟାୟ କଟ୍ ଅଫ୍ ୨୭ ତାରିଖରେ ବାହାରିବା ପରେ ୨୯ ରୁ ଅକ୍ଟୋବର ୧ ତାରିଖ ମଧ୍ୟରେ ନାମଲେଖା ହେବ। ଏହି ଦୁଇଟି ପର୍ଯ୍ୟାୟ ନାମଲେଖା ପରେ ବଳକା ସିଟ ପାଇଁ ଅକ୍ଟୋବର ୪ ରେ ତାଲିକା, ୫ ସୁଦ୍ଧା ପଞ୍ଜିକରଣ ଏବଂ ମେରିଟ ଲିଷ୍ଟ ପରେ ଅକ୍ଟୋବର ୭ ତାରିଖରେ ନାମଲେଖା ହେବ। ତେବେ ଏଥର ପ୍ରାୟ ୫ ଲକ୍ଷ ଯୁକ୍ତ ଦୁଇ ସିଟ୍ ପାଇଁ ଆବେଦନ କରିଛନ୍ତି ୪ଲକ୍ଷ ୭୧,୬୧୨ ଜଣ ଛାତ୍ରଛାତ୍ରୀ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ