ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୭୧୭୬ କରୋନା ସଂକ୍ରମିତ ଚିହ୍ନଟ ବେଳେ ୨୮୪ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୩ ଲକ୍ଷ ୧୬ ହଜାର ୭୫୫ ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୩ ହଜାର ୪୯୭ରେ ପହଞ୍ଚିଛି । ଏବେ ଦେଶରେ ୩୫୧୦୮୭ ସକ୍ରିୟ ମାମଲା ରହିଛି । ସେହିପରି ୩୨୫୨୨୧୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୩,୨୫,୨୨,୧୭୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩,୫୧,୦୮୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୪ ଘଣ୍ଟାରେ ଆଉ ୬୧,୧୫,୬୯୦ ଟିକା ନେଇଥିବା ବେଳେ ମୋଟ ୭୫,୮୯,୧୨,୨୭୭ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..