ରିପୋର୍ଟ କାର୍ଡ / ଭୁବନେଶ୍ୱର
WHO ୧୦ ଦିନ ଆଗରୁ ରିପୋର୍ଟ ଦେଇଛି ଭାରତରେ ମହାମାରୀ ଏଣ୍ଡେମିକ୍ ଆଡକୁ ଯାଉଛି । ‘ହୁ’ ର ରିପୋର୍ଟକୁ ଗ୍ରହଣ କରିବାକୁ ହେବ । କିନ୍ତୁ ଆମେ ୧୦୦ ପ୍ରତିଶତ ନିଶ୍ଚୟ ନୁହେଁ । ପ୍ରତି ମଡେଲର ଅପ୍ ଡାଉନ୍ ଅଛି । ଏହି କ୍ଷେତ୍ରରେ ବି ହୋଇପାରେ । ଆମେ ଆଶ୍ବସ୍ତ ହେବା ନାହିଁ । ଲକ୍ଷଣ ଆସିଲେ ଡାକ୍ତରଖାନା ଆସିବା ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, କେରଳରେ ବଢି ବଢି ଚାଲିଥିଲା, ଏବେ କମୁଛି । ବର୍ତ୍ତମାନ ମହାରାଷ୍ଟ୍ରରେ ବଢୁଛି, ପରେ କମିବ । ତେଣୁ ସେହି ମଡେଲ ଦେଖିଲେ ଆମେ ଢିଲା ହେବା ନାହିଁ । ଯଦିଓ ଆମେ ଭଲ ସ୍ଥିତିରେ ଅଛୁ । ଆମର ପଜିଟିଭିଟି ରେଟ୍ କମ୍ ଅଛି । ହସପିଟାଲାଇଜେସନ ହାର କମ୍ ଅଛି । ହେଲେ ବିପଦ ନିଶ୍ଚୟ ଅଛି । ଆମ ରାଜ୍ୟରେ କେବେ ବି ବଢିପାରେ । ତେଣୁ କଟକଣା ଆମ ରାଜ୍ୟରେ ଚାଲୁ ରହିବ । ନିଜ ଦାୟିତ୍ବ ନିଜେ ନିଅନ୍ତୁ ।






More Stories
ପ୍ରଦୀପ ଜେନାଙ୍କ ନାମରେ ଜନସ୍ଵାର୍ଥ ମାମଲା ରୁଜୁ…..
ବିଜେଡି ନେତାଙ୍କ ଘର ଯାଞ୍ଚ……
ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ…..